ପ୍ରେରିତ 20

ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।

Acts 20:1 (UKJV) And after the uproar was ceased, Paul called unto him the disciples, and embraced them, and departed in order to go into Macedonia.

1ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ।

2ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।

3ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.