8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।
10ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।
11ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।
12ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।