ପ୍ରେରିତ 20

ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।

Acts 20:15 (UKJV) And we sailed thence, and came the next day opposite to Chios; and the next day we arrived at Samos, and tarried at Trogyllium; and the next day we came to Miletus.

13କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍‌ ସହରକୁ ଯାତ୍ରା କଲୁ, ସେଠାରୁ ପାଉଲଙ୍କୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ।

14ଯେତେବେଳେ ସେ ଆମ୍ଭମାନଙ୍କୁ ଆସସ୍‌ରେ ଭେଟିଲେ, ଆମ୍ଭେମାନେ ତାହାଙ୍କୁ ଘେନି ମିତୁଲୀନୀ ସହରକୁ ଆସିଲୁ,

15ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।

16କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।

17ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.