ପ୍ରେରିତ 20

ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।

Acts 20:17 (UKJV) And from Miletus he sent to Ephesus, and called the elders of the church.

15ଆଉ ସେହି ସ୍ଥାନରୁ ଜାହାଜ ଫିଟାଇ ଆମ୍ଭେମାନେ ପରଦିନ ଖୀୟସ୍ ଦ୍ୱୀପ ସମ୍ମୁଖରେ ଉପସ୍ଥିତ ହେଲୁ, ଦ୍ୱିତୀୟ ଦିନରେ ଜାହାଜ ସାମ ଦ୍ୱୀପରେ ଲଗାଇଲୁ ଓ ଆରଦିନ ମୀଲୀତ ସହରରେ ପହଞ୍ଚିଲୁ।

16କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।

17ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।

18ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,

19ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.