17ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ।
18ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,
19ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।