19ଅଶ୍ରୁପାତ ସହିତ ସମ୍ପୂର୍ଣ୍ଣ ନମ୍ର ମନରେ ଯିହୁଦୀମାନଙ୍କର ନାନା ଷଡ଼ଯନ୍ତ୍ର ହେତୁ, ମୋତେ ଯେ ଯେ ପରୀକ୍ଷା ଘଟୁଥିଲା, ସେହିସବୁ ମଧ୍ୟରେ କିପରି ପ୍ରଭୁଙ୍କ ସେବା କରୁଥିଲି,
20କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
22ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।