20କିପରି କୌଣସି ହିତକର ବିଷୟ ତୁମ୍ଭମାନଙ୍କ ପାଖରେ ଜଣାଇବାକୁ ପୁଣି, ପ୍ରକାଶରେ ଓ ଘରେ ଘରେ ତୁମ୍ଭମାନଙ୍କୁ ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ,
21ଈଶ୍ବରଙ୍କ ପ୍ରତି ମନ-ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୁଦୀ ଓ ଗ୍ରୀକ୍ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି, ତାହା ତୁମ୍ଭେମାନେ ଜାଣ।
22ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;
23ମୋ ପାଇଁ ଯେ ବନ୍ଧନ ଓ କ୍ଲେଶ ରହିଅଛି, କେବଳ ଏତିକି ଜାଣେ, ଏହା ପବିତ୍ର ଆତ୍ମା ନଗରେ ନଗରେ ସାକ୍ଷ୍ୟ ଦେଉଅଛନ୍ତି।
24କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ବରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରିପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି।