25ପୁଣି, ଏବେ ଦେଖ, ଯେଉଁମାନଙ୍କ ମଧ୍ୟରେ ମୁଁ ଈଶ୍ବରଙ୍କ ରାଜ୍ୟ ଘୋଷଣା କରୁ କରୁ ଭ୍ରମଣ କଲି, ଏପରି ଯେ ତୁମ୍ଭେମାନେ ସମସ୍ତେ, ଆଉ ମୋହର ମୁଖ ଦେଖିବ ନାହିଁ ବୋଲି ମୁଁ ଜାଣେ।
26ଏହେତୁରୁ ମୁଁ ଯେ ପ୍ରତ୍ୟେକଙ୍କ ରକ୍ତର ଦାୟିତ୍ୱରୁ ନିର୍ଦ୍ଦୋଷ, ମୁଁ ଆଜି ଏହି ସାକ୍ଷ୍ୟ ତୁମ୍ଭମାନଙ୍କୁ ଦେଉଅଛି।
27ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।
28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,