ପ୍ରେରିତ 20

ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,

Acts 20:29 (UKJV) For I know this, that after my departing shall grievous wolves enter in among you, not sparing the flock.

27ମୁଁ ଈଶ୍ବରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ସଙ୍କୁଚିତ ହୋଇ ନ ଥିଲି।

28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।

29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,

30ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।

31ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.