ପ୍ରେରିତ 20

ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।

Acts 20:34 (UKJV) Yea, all of you yourselves know, that these hands have ministered unto my necessities, and to them that were with me.

32ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।

33ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି।

34ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।

35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।

36ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.