ପ୍ରେରିତ 20

ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।

Acts 20:36 (UKJV) And when he had thus spoken, he kneeled down, and prayed with them all.

34ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ।

35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି।

36ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।

37ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,

38ସେମାନେ ତାହାଙ୍କ ମୁଖ ପୁଣି, ଆଉ ଥରେ ଦେଖିବେ ନାହିଁ ବୋଲି ପାଉଲ ଯେ କଥା କହିଥିଲେ, ସେଥିପାଇଁ ବିଶେଷ ରୂପେ ଦୁଃଖ କଲେ। ପରେ ସେମାନେ ତାହାଙ୍କୁ ଜାହାଜ ପର୍ଯ୍ୟନ୍ତ ଘେନିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.