ପ୍ରେରିତ 20

ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।

Acts 20:5 (UKJV) These going before tarried for us at Troas.

3ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୁଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ।

4ଆଉ, ବେରିୟା ନଗରନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀ ସହରରେ ବିଶ୍ୱାସୀମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଏସିଆ ପ୍ରଦେଶର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ।

5ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।

6ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।

7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.