5ଏମାନେ ସମସ୍ତେ ପ୍ରଥମରେ ଯାଇ ତ୍ରୋୟା ସହରରେ ଆମ୍ଭମାନଙ୍କର ଅପେକ୍ଷା କରୁଥିଲେ।
6ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।
7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।
9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।