ପ୍ରେରିତ 20

ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।

Acts 20:8 (UKJV) And there were many lights in the upper chamber, where they were gathered together.

6ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।

7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।

8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା।

9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା।

10ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.