1ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।
2ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।
3ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।