12ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ।
13ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି।
14ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।
15ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।
16ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।