15ଆମ୍ଭେମାନେ ଏହି ସମସ୍ତ ଦିନ ଉତ୍ତାରେ ଜିନିଷପତ୍ର ନେଇ ଯିରୂଶାଲମ ସହରକୁ ଯାତ୍ରା କଲୁ।
16ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ ସାଇପ୍ରସ୍ର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ, ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା।
17ଆମ୍ଭେମାନେ ଯିରୂଶାଲମ ସହରରେ ପହଞ୍ଚନ୍ତେ ଆମ୍ଭମାନଙ୍କୁ ବିଶ୍ୱାସୀ ଭାଇମାନେ ଆନନ୍ଦରେ ଗ୍ରହଣ କଲେ।
18ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।
19ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।