ପ୍ରେରିତ 21

ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।

Acts 21:2 (UKJV) And finding a ship sailing over unto Phenicia, we went aboard, and set forth.

1ସେମାନଙ୍କଠାରୁ ବିଦାୟ ନେଇ ଆମ୍ଭେମାନେ ଜାହାଜରେ ଚଢ଼ି ସିଧା ବାଟରେ କୋସ୍‌ ଦ୍ବୀପକୁ ଆସିଲୁ, ପରଦିନ ରୋଦା ଦ୍ବୀପକୁ, ପୁଣି, ସେ ସ୍ଥାନରୁ ପାତାରା ସହରକୁ ଆସିଲୁ।

2ସେଠାରେ ଆମ୍ଭେମାନେ ଫୈନୀକିଆକୁ ପାର ହୋଇ ଯାଉଥିବା ଗୋଟିଏ ଜାହାଜ ପାଇ ସେଥିରେ ଚଢ଼ି ଯାତ୍ରା କଲୁ।

3ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।

4ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.