19ସେ ସେମାନଙ୍କୁ ନମସ୍କାର କଲା ଉତ୍ତାରେ, ଈଶ୍ବର ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସବୁ କାର୍ଯ୍ୟ ତାହାଙ୍କ ସେବା ଦ୍ୱାରା ସାଧନ କରିଥିଲେ, ଗୋଟି ଗୋଟି କରି ସେହିସବୁ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ।
20ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।
21ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।
22ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।
23ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;