ପ୍ରେରିତ 21

ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।

Acts 21:22 (UKJV) What is it therefore? the multitude must essentially come together: for they will hear that you are come.

20ସେମାନେ ତାହା ଶୁଣି ଈଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୁଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍‌ଯୋଗୀ।

21ପୁଣି, ଅଣଯିହୁଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୁଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ପାଇଅଛନ୍ତି।

22ତେବେ କଅଣ କରାଯାଏ? ତୁମ୍ଭେ ଆସିଅଛ ବୋଲି ସେମାନେ ଅବଶ୍ୟ ଶୁଣିବେ।

23ଏଣୁ ଆମ୍ଭେମାନେ ତୁମ୍ଭଙ୍କୁ ଯାହା କହୁଅଛୁ, ତାହା କର। ଆମ୍ଭମାନଙ୍କ ପାଖରେ ଚାରି ଜଣ ଲୋକ ଅଛନ୍ତି, ସେମାନେ ଗୋଟିଏ ବ୍ରତ ନେଇଅଛନ୍ତି;

24ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.