ପ୍ରେରିତ 21

ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।

Acts 21:26 (UKJV) Then Paul took the men, and the next day purifying himself with them entered into the temple, to signify the accomplishment of the days of purification, until that an offering should be offered for every one of them.

24ସେମାନଙ୍କୁ ନେଇ ସେମାନଙ୍କ ସହିତ ଆପଣାକୁ ଶୁଚି କର, ଆଉ ସେମାନଙ୍କ ମସ୍ତକ ମୁଣ୍ଡନର ବ୍ୟୟ ଭାର ବହନ କର, ତାହାହେଲେ ସେମାନେ ତୁମ୍ଭ ବିଷୟରେ ଯେଉଁ ସବୁ ସମ୍ବାଦ ପାଇଅଛନ୍ତି, ସେଥିରେ ଯେ କିଛି ସତ୍ୟ ନାହିଁ, ବରଂ ତୁମ୍ଭେ ଯେ ନିଜେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ପାଳନ କରି ଆଚରଣ କରୁଅଛ, ଏହା ସମସ୍ତେ ଜାଣିବେ।

25କିନ୍ତୁ ଯେଉଁ ଅଣଯିହୁଦୀମାନେ ବିଶ୍ୱାସ କରିଅଛନ୍ତି, ସେମାନଙ୍କ ସମ୍ବନ୍ଧରେ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ଜିନିଷ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଆଉ ଯୌନକ୍ରିୟାଠାରୁ ନିଜ ନିଜକୁ ଦୂରେଇ ରଖିବା ଯେ ଉଚିତ, ଆମ୍ଭେମାନେ ଏହା ବିଚାର କରି ଲେଖିଅଛୁ।

26ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।

27ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,

28ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.