ପ୍ରେରିତ 21

ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।

Acts 21:28 (UKJV) Crying out, Men of Israel, help: This is the man, that teaches all men every where against the people, and the law, and this place: and further brought Greeks also into the temple, and has polluted this holy place.

26ପାଉଲ ସେଥିରେ ସେହି ଲୋକମାନଙ୍କୁ ନେଇ ପରଦିନ ସେମାନଙ୍କ ସହିତ ଆପଣାକୁ ଶୁଚି କରି ମନ୍ଦିର ଭିତରେ ପ୍ରବେଶ କଲେ, ପୁଣି, ସେମାନଙ୍କ ପ୍ରତ୍ୟେକଙ୍କ ନିମନ୍ତେ ନୈବେଦ୍ୟ ଉତ୍ସର୍ଗ ହେବା ପର୍ଯ୍ୟନ୍ତ ଶୌଚକର୍ମରେ କେତେ ଦିନ ଲାଗିବ, ତାହା ଜଣାଇ ଦେଲେ।

27ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଏସିଆର ଯିହୁଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,

28ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‍ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି।

29କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।

30ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.