29କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସବାସୀ ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ।
30ଏଥିରେ ନଗରସାରା ଚହଳ ପଡ଼ିଗଲା, ଲୋକମାନେ ଏକାଠି ଦୌଡ଼ିଲେ, ପୁଣି, ସେମାନେ ପାଉଲଙ୍କୁ ଧରି ମନ୍ଦିର ବାହାରକୁ ଟାଣି ଆଣିଲେ; ଆଉ ସେହିକ୍ଷଣି ଦ୍ୱାରସବୁ ବନ୍ଦ କରାଗଲା।
31ପୁଣି, ତାହାଙ୍କୁ ସେମାନେ ମାରିପକାଇବା ପାଇଁ ଚେଷ୍ଟା କରନ୍ତେ ସମସ୍ତ ଯିରୂଶାଲମ ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଅଛି ବୋଲି ସୈନ୍ୟଦଳର ସହସ୍ର-ସେନାପତିଙ୍କ ନିକଟକୁ ସମ୍ବାଦ ଆସିଲା।
32ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତ-ସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର-ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।
33ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।