32ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତ-ସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ। ସେମାନେ ସହସ୍ର-ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ।
33ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।
34ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।
35ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,
36କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।