ପ୍ରେରିତ 21

ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

Acts 21:35 (UKJV) And when he came upon the stairs, so it was, that he was borne of the soldiers for the violence of the people.

33ସେତେବେଳେ ସହସ୍ର-ସେନାପତି ପାଖକୁ ଆସି ତାହାଙ୍କୁ ଧରି ଦୁଇଟା ଜଞ୍ଜିରରେ ବାନ୍ଧିବା ପାଇଁ ଆଜ୍ଞା ଦେଲେ, ପୁଣି, ସେ କିଏ ଓ କଅଣ କରିଅଛି ବୋଲି ପଚାରିଲେ।

34ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।

35ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

36କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।

37ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.