ପ୍ରେରିତ 21

ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?

Acts 21:37 (UKJV) And as Paul was to be led into the castle, he said unto the chief captain, May I speak unto you? Who said, Can you speak Greek?

35ପୁଣି, ଯେତେବେଳେ ସେ ସୋପାନ ଉପରକୁ ଆସିଲେ, ସେତେବେଳେ ଲୋକସମୂହର ଉଗ୍ରତା ହେତୁ ସୈନ୍ୟମାନଙ୍କୁ ତାହାଙ୍କୁ ବୋହି ନେଇଯିବାକୁ ପଡ଼ିଲା,

36କାରଣ ତାହାଙ୍କୁ ବଧ କର ବୋଲି ଅସଂଖ୍ୟ ଲୋକ ପଛରେ ଯାଉ ଯାଉ ଚିତ୍କାର କରୁଥିଲେ।

37ସେମାନେ ପାଉଲଙ୍କୁ ଗଡ଼ ଭିତରକୁ ନେଇଯିବା ପାଇଁ ଚେଷ୍ଟା କରିବା ସମୟରେ, ସେ ସହସ୍ର-ସେନାପତିଙ୍କୁ କହିଲେ, ମୁଁ ଆପଣଙ୍କୁ କିଛି କହିପାରେ କି? ସେଥିରେ ସେ କହିଲେ ତୁମ୍ଭେ କି ଗ୍ରୀକ୍‍ ଜାଣ?

38ତେବେ, ଏଥିପୂର୍ବେ ଯେଉଁ ମିସରୀୟ ଲୋକ ବିଦ୍ରୋହ ଲଗାଇ ଚାରି ହଜାର ଡକାଇତମାନଙ୍କୁ ପ୍ରାନ୍ତରରୁ ଘେନିଯାଇଥିଲେ, ତୁମ୍ଭେ କି ସେହି ନୁହଁ?

39ସେଥିରେ ପାଉଲ କହିଲେ, ମୁଁ ତ ଜଣେ ଯିହୁଦୀ, କିଲିକିୟା ଅଞ୍ଚଳର, ତାର୍ଷ ନାମକ ଏକ ପ୍ରସିଦ୍ଧ ସହରର ନାଗରିକ; ଏହି ଲୋକମାନଙ୍କୁ କଥା କହିବା ପାଇଁ ମୋତେ ଅନୁମତି ଦେବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.