4ସେଠାରେ ଶିଷ୍ୟମାନଙ୍କୁ ଖୋଜି, ସେମାନଙ୍କ ସାକ୍ଷାତ ପାଇ ସାତ ଦିନ ରହିଲୁ; ପୁଣି, ଯେପରି ପାଉଲ ଯିରୂଶାଲମ ସହରରେ ପଦାର୍ପଣ ନ କରନ୍ତି, ଏଥିପାଇଁ ସେମାନେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ କହିଲେ।
5ଆମ୍ଭେମାନେ ସାତ ଦିନ ରହିଲା ଉତ୍ତାରେ, ସେହି ସ୍ଥାନରୁ ଯାତ୍ରା କଲୁ, ପୁଣି, ସେମାନେ ସମସ୍ତେ ସ୍ତ୍ରୀ ଓ ପିଲାପିଲିଙ୍କ ସହିତ ଆମ୍ଭମାନଙ୍କୁ ନଗରର ବାହାର ପର୍ଯ୍ୟନ୍ତ ଛାଡ଼ିବା ନିମନ୍ତେ ଆସିଲେ,
6ଆଉ ଆମ୍ଭେମାନେ ସମୁଦ୍ରକୂଳରେ ଆଣ୍ଠୁପାତି ପ୍ରାର୍ଥନା କଲୁ, ପୁଣି, ପରସ୍ପରଠାରୁ ବିଦାୟ ନେଲୁ; ପରେ ଆମ୍ଭେମାନେ ଜାହାଜରେ ଚଢ଼ିଲୁ, ଆଉ ସେମାନେ ଘରକୁ ବାହୁଡ଼ିଗଲେ।
7ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।
8ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।