ପ୍ରେରିତ 21

ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।

Acts 21:9 (UKJV) And the same man had four daughters, virgins, which did prophesy.

7ସୋରରୁ ଆମ୍ଭେମାନେ ଜଳଯାତ୍ରା ଶେଷ କରି ତଲିମାଇ ପ୍ରଦେଶରେ ପହଞ୍ଚିଥିଲୁ ଓ ଭାଇମାନଙ୍କୁ ନମସ୍କାର କରି, ଗୋଟିଏ ଦିନ ସେମାନଙ୍କ ସହିତ ରହିଲୁ।

8ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ।

9ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।

10ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ।

11ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.