8ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”
9ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
10ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”
11ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
12ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,