11ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେଶକକୁ ଆସିଲି।
12ସେହି ସ୍ଥାନରେ ଥିବା ସମସ୍ତ ଯିହୁଦୀଙ୍କ ନିକଟରେ ସୁଖ୍ୟାତିସମ୍ପନ୍ନ ହନନୀୟ ନାମକ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
13ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
14ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।