13ମୋʼ ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ। ସେହି ମୁହୂର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି।
14ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃ-ପୁରୁଷଙ୍କର ଈଶ୍ବର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
15କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।
16ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।
17ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।