ପ୍ରେରିତ 22

ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।

Acts 22:17 (UKJV) And it came to pass, that, when I was come again to Jerusalem, even while I prayed in the temple, I was in a trance;

15କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ।

16ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ।

17ଏଥିଉତ୍ତାରେ ମୁଁ ଯିରୂଶାଲମ ସହରକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି।

18ସେ ମୋତେ କହିଲେ, “ବିଳମ୍ବ ନ କରି ଶୀଘ୍ର ଯିରୂଶାଲମ ସହରରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ।”

19ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.