ପ୍ରେରିତ 22

ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”

Acts 22:21 (UKJV) And he said unto me, Depart: for I will send you far behind unto the Gentiles.

19ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;

20ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି।

21ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”

22ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।

23ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.