21ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।”
22ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ୍ ନୁହେଁ।
23ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
24ସେତେବେଳେ ସହସ୍ର-ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ।
25ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?