25ସେମାନେ ପାଉଲଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ, ପାଉଲ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କୁ କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
26ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।
27ସେଥିରେ ସହସ୍ର-ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ? ସେ କହିଲେ ହଁ।
28ସେଥିରେ ସହସ୍ର-ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି। ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ।
29ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।