ପ୍ରେରିତ 22

ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”

Acts 22:7 (UKJV) And I fell unto the ground, and heard a voice saying unto me, Saul, Saul, why persecute you me?

5ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।

6କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।

7ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”

8ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”

9ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.