ପ୍ରେରିତ 22

ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”

Acts 22:8 (UKJV) And I answered, Who are you, Lord? And he said unto me, I am Jesus of Nazareth, whom you persecute.

6କିନ୍ତୁ ମୁଁ ଯାଉ ଯାଉ ଦମ୍ମେଶକ ସହରର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍‍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକି ଉଠିଲା।

7ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”

8ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।”

9ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।

10ସେଥିରେ ମୁଁ କହିଲି, ପ୍ରଭୁ ମୁଁ କଅଣ କରିବି? ପୁଣି, ପ୍ରଭୁ ମୋତେ କହିଲେ, “ଉଠ, ଦମ୍ମେଶକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୂପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.