ପ୍ରେରିତ 23

ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ।

Acts 23:13 (UKJV) And they were more than forty which had made this conspiracy.

11ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”

12ଦିନ ହୁଅନ୍ତେ ଯିହୁଦୀମାନେ ଦଳବଦ୍ଧ ହୋଇ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ, ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଶପଥରେ ନିଜ ନିଜକୁ ଆବଦ୍ଧ କଲେ।

13ଏହି ଷଡ଼ଯନ୍ତ୍ର କରିଥିବା ଲୋକମାନେ, ଚାଳିଶ ଜଣରୁ ଅଧିକ ଥିଲେ।

14ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।

15ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.