ପ୍ରେରିତ 23

କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।

Acts 23:16 (UKJV) And when Paul's sister's son heard of their lying in wait, he went and entered into the castle, and told Paul.

14ସେମାନେ ପ୍ରଧାନ ଯାଜକ ଓ ପ୍ରାଚୀନମାନଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କିଛି ଖାଇବୁ ନାହିଁ ବୋଲି ନିଜ ନିଜକୁ ଦୃଢ଼ ଶପଥରେ ଆବଦ୍ଧ କରିଅଛୁ।

15ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର-ସେନାପତିଙ୍କୁ ନିବେଦନ କରନ୍ତୁ। ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ।

16କିନ୍ତୁ ପାଉଲଙ୍କ ଭଣଜା ସେମାନଙ୍କର ଛକି ରହିବା କଥା ଶୁଣିଲେ ଏବଂ ଆସି ଗଡ଼ ମଧ୍ୟରେ ପ୍ରବେଶ କରି ପାଉଲଙ୍କୁ ଜଣାଇଲେ।

17ସେଥିରେ ପାଉଲ ଜଣେ ଶତ-ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି।

18ତେଣୁ ସେ ତାହାଙ୍କୁ ସହସ୍ର-ସେନାପତିଙ୍କ ନିକଟକୁ ନେଇଯାଇ କହିଲେ, ବନ୍ଦୀ ପାଉଲ ଆପଣା ନିକଟକୁ ମୋତେ ଡାକି ଆପଣଙ୍କ ପାଖକୁ ଏହି ଯୁବାକୁ ନେଇ ଆସିବା ପାଇଁ ଅନୁରୋଧ କଲା, ଆପଣଙ୍କୁ କହିବା ନିମନ୍ତେ ଏହାର କିଛି କଥା ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.