19ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?
20ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି।
21ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।
22ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।
23ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।