ପ୍ରେରିତ 23

ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।

Acts 23:22 (UKJV) So the chief captain then let the young man depart, and charged him, See you tell no man that you have showed these things to me.

20ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୁଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି।

21ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି।

22ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।

23ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।

24ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍‌ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.