22ସେଥିରେ ସହସ୍ର-ସେନାପତି ସେହି ଯୁବାକୁ ବିଦାୟ ଦେଇ ତାହାକୁ ଆଦେଶ କଲେ, ତୁମ୍ଭେ ଯେ ଏହି ସମସ୍ତ କଥା ମୋତେ ଜଣାଇଅଛ, ତାହା କାହାକୁ କହିବ ନାହିଁ।
23ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।
24ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ।
25ଆଉ, ସେ ଏହି ପ୍ରକାରେ ଗୋଟିଏ ଚିଠି ଲେଖିଲେ,
26ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।