26ମହାମହିମ ଶାସନକର୍ତ୍ତା ଫେଲୀକ୍ସ୍ଙ୍କୁ, କ୍ଲାଉଦିଅ ଲୂସୀୟାଙ୍କର ନମସ୍କାର।
27ଯିହୁଦୀମାନେ ଏହି ଲୋକକୁ ଧରି ବଧ କରିବାକୁ ଯାଉଥିବା ସମୟରେ ମୁଁ ସୈନ୍ୟମାନଙ୍କ ସହିତ ଯାଇ ସେ ଜଣେ ରୋମୀୟ ବୋଲି ଜାଣି ଏହାକୁ ଉଦ୍ଧାର କଲି।
28କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି।
29ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।
30ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।