ପ୍ରେରିତ 23

ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

Acts 23:3 (UKJV) Then said Paul unto him, God shall strike you, you whitewashed wall: for sit you to judge me after the law, and command me to be smitten contrary to the law?

1ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।

2ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।

3ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

4ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?

5ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.