ପ୍ରେରିତ 23

ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ।

Acts 23:31 (UKJV) Then the soldiers, as it was commanded them, took Paul, and brought him by night to Antipatris.

29ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି।

30ଏହି ଲୋକ ବିରୁଦ୍ଧରେ ଷଡ଼ଯନ୍ତ୍ର ହେବ ବୋଲି ମୋତେ ଖବର ଦିଆଯିବାରୁ ମୁଁ ଏହାକୁ ଅବିଳମ୍ବରେ ଆପଣଙ୍କ ନିକଟକୁ ପଠାଇଲି; ଏହାର ଅଭିଯୋଗକାରୀମାନଙ୍କୁ ମଧ୍ୟ ଆପଣଙ୍କ ସମ୍ମୁଖରେ, ଏହା ବିରୁଦ୍ଧରେ ସାକ୍ଷ୍ୟ ଦେବାକୁ ଆଦେଶ ଦେଲି।

31ସେଥିରେ ସୈନ୍ୟମାନେ ପ୍ରାପ୍ତ ଆଦେଶାନୁସାରେ ପାଉଲଙ୍କୁ ନେଇ ରାତ୍ରିକାଳରେ ତାହାଙ୍କୁ ଆନ୍ତିପାତ୍ରିକୁ ଆଣିଲେ।

32ପରଦିନ ସେମାନେ ଅଶ୍ୱାରୋହୀମାନଙ୍କୁ ତାହାଙ୍କ ସାଙ୍ଗରେ ଯିବା ପାଇଁ ଛାଡ଼ିଦେଇ ଗଡ଼କୁ ଫେରିଗଲେ।

33ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍‍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.