33ପରେ ଅଶ୍ୱାରୋହୀମାନେ କାଇସରିୟାକୁ ଆସି ଶାସନକର୍ତ୍ତା ଫେଲିକ୍ସ୍ଙ୍କୁ ଚିଠି ଦେଲେ, ପୁଣି, ପାଉଲଙ୍କୁ ମଧ୍ୟ ତାହାଙ୍କ ଛାମୁରେ ଉପସ୍ଥିତ କଲେ।
34ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ,
35ତୁମ୍ଭର ଅଭିଯୋଗକାରୀମାନେ ମଧ୍ୟ ଉପସ୍ଥିତ ହେଲେ ଆମ୍ଭେ ତୁମ୍ଭର କଥା ଶୁଣିବା। ଆଉ ସେ ହେରୋଦଙ୍କ ପ୍ରାସାଦରେ ତାହାଙ୍କୁ ରଖିବା ନିମନ୍ତେ ଆଦେଶ ଦେଲେ।