ପ୍ରେରିତ 23

ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?

Acts 23:4 (UKJV) And they that stood by said, Revile you God's high priest?

2ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ।

3ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ?

4ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?

5ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।

6ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.