4ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ?
5ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ।
6ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
7ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।
8କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।