6ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।
7ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା।
8କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।
9ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।
10ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ।