9ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।
10ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।
11ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି
12ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,
13ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।